ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର : ସାଂସଦ ଅପରାଜିତା ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସେ ଧଉଳି ଶାନ୍ତିସ୍ତୁପର ସାମଗ୍ରିକ ବିକାଶ ଓ ରକ୍ଷଣାବେକ୍ଷଣ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି।
Visited Dhauli Stupa on the request of Kalinga Nippon Buddha Sangha yesterday. Discussed all issues pertaining to the development and maintenance of the Stupa.Assured them of all support. It is our duty to protect such heritage sites and promote their all round development. pic.twitter.com/SrJxYc0jgi
— Aparajita Sarangi, Member of Parliament (@AprajitaSarangi) November 17, 2020
ସାଂସଦ ଅପରାଜିତା ଷଡ଼ଙ୍ଗୀ ଚିଠି ଲେଖିଛନ୍ତି, ଦୀର୍ଘବର୍ଷ ହେବ ଶାନ୍ତିସ୍ତୂପ ମରାମତି ଅଭାବରୁ ବିପଦ ସଙ୍କୁଳ ହୋଇପଡିଛି। ଧଉଳି ଶାନ୍ତିସ୍ତୁପର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଛି । ସେ ଏହାର ଖୁବ୍ ଶିଘ୍ର ମରାମତି କରାଯିବା ସହ ଏହାର ଉଚିତ ରକ୍ଷଣାବେକ୍ଷଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।
କିଛି ଦିନ ତଳେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଧଉଳି ଶାନ୍ତିସ୍ତୁପର ପରିଦର୍ଶନରେ ଯାଇଥିଲେ। ସେଠାରେ ସେ ସ୍ଥିତି ସମୀକ୍ଷା କରିବା ସହ ସେଠାରେ ରହୁଥିବା ବୌଦ୍ଧ ସନ୍ୟାସୀମାନଙ୍କ ସହ ବିସ୍ତୁତ ଭାବେ ଆଲୋଚନା କରିଥିଲେ।
Comments are closed.