ସରିଲା ବିଧାନସଭା ଶୀତ ଅଧିବେଶନ
ଭୁବନେଶ୍ୱର: ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ବିଧାନସଭା ଶୀତ ଅଧିବେଶନ। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। କରୋନା କଟକଣା ଭିତରେ ମାତ୍ର ୧୦ ଦିନରେ ସରିଲା ବିଧାନସଭା ଶୀତ ଅଧିବେଶନ।
ଆଜି ଗୃହରେ ସରକାରୀ ଦଳ ମୁଖ୍ୟ ସଚେତକ ଅନିର୍ଦ୍ଦିଷ୍ଟ କାଳ ମୁଲତବି ପ୍ରସ୍ତାବ ଆଣିଥିଲେ। ଏହି ପ୍ରସ୍ତାବକୁ ସମର୍ଥନ କରିଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ବିଜେଡି ବିଧାୟକ ଅମର ଶତପଥୀ ମଧ୍ୟ ପ୍ରସ୍ତାବକୁ ସମର୍ଥନ କରିଥିଲେ।
ଅନ୍ୟପଟେ କଂଗ୍ରେସ ବିଧାୟକ ତାରା ବାହିନୀପତି ପ୍ରସ୍ତାବକୁ ବିରୋଧ କରିଥିଲେ। ବିରୋଧୀ ବିଜେପି ମଧ୍ୟ ମୁଲତବି ପ୍ରସ୍ତାବକୁ ତୀବ୍ର ବିରୋଧ କରିଛି। ଏଥିପାଇଁ ପ୍ରବଳ ହଟ୍ଟଗୋଳ ହୋଇଥିଲା। ଗୃହକୁ ଆଗୁଆ ବନ୍ଦ ନିଷ୍ପତ୍ତିର ପ୍ରତିବାଦ କରି ବିଜେପି ହଟ୍ଟଗୋଳ ମଧ୍ୟରେ ହିଁ କକ୍ଷତ୍ୟାଗ କରିବା ସହିତ ବିଧାନସଭାର ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଥିଲେ ବିଜେପି ବିଧାୟକ।
ଗତ ନଭେମ୍ବର ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଥିଲା ଓ ତାହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାର ଥିଲା। ୩୦ଟି କାର୍ଯ୍ୟ ଦିବସ ପୂର୍ବରୁ ବିଧାନସଭା ଶୀତ ଅଧିବେଶନ ବନ୍ଦ ହୋଇଯାଇଛି।
Comments are closed.