Odisha Link
Bridging the Missing Links in Odisha

କରୋନ: ରାଜ୍ୟରେ ଆଉ ୫ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ। ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୦କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୫ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, ବଲାଙ୍ଗୀର, କଟକ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୭୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୦୭୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୯୮୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସେହିପରି କରୋନାରେ ୧୮୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୪୬୮୯୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.