କରୋନା: ରାଜ୍ୟରେ ଆଖି ବୁଜିଲେ ୪ ଆକ୍ରାନ୍ତ

ଭୁବନେଶ୍ବର: ଦୀର୍ଘ ନଅ ଦିନ ପରେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୩୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୬କୁ ବୃଦ୍ଧି ପାଇଛି।
ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମାଲକାନଗିରି, ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୨୬ ହଜାର ୨୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ହଜାର ୦୩୫ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୨୦ ହଜାର ୯୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୩୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୬ ଲକ୍ଷ ୩୬ ହଜାର ୬୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି।
Comments are closed.