ରାଜ୍ୟରେ ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ
ଭୁବନେଶ୍ବର : କରୋନା ଆକ୍ରାନ୍ତର ଶିକାର ହୋଇ ଚିକିତ୍ସାଧିନ ଅବସ୍ଥାରେ ଆଉ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Regret to inform the demise of four numbers of Covid positive patients while under treatment in hospitals.
1.A 70-year-old male of Bhubaneswar who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) December 22, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୬୯୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୦୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୧୯୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୬୬୫୭୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Comments are closed.