Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୩୧୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୯୧୫ରେ ପହଞ୍ଚିଛି।

ଏହା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବାବେଳେ ୧୩୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୨୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨ଜଣ, ଷ୍ଟେଟ ପୁଲ୍‌ରୁ ୫ଜଣ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୬୯୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୦୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୧୯୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୬୬୬୫୭୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.