କରୋନ: ରାଜ୍ୟରେ ଚିହ୍ନଟ ହେଲେ ୩୬୪ ସଂକ୍ରମିତ

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୩୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୨୭୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୦ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୧୬ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, କଟକ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୧ଜଣ, ନୂଆପଡା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧ଜଣ, ରାୟଗଡ଼ା ଜିଲ୍ଲାରୁ ୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୧ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୪୬ଜଣ, ଷ୍ଟେଟ୍ ପୁଲ୍ରୁ ୧୦ଜଣ ରହିଛନ୍ତି।
Comments are closed.