ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ଅକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୨୭ ହଜାର ୫୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ୨ ହଜାର ୯୯୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୨୨ ହଜାର ୯୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୫୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୭ ଲକ୍ଷ ୩୭ ହଜାର ୩୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି।
Comments are closed.