୨୯ରୁ ଖୋଲିବ ଯାଜପୁର ବିରଜା ମନ୍ଦିର

ଯାଜପୁର: ଆସନ୍ତା ୨୯ ତାରିଖରେ ଖୋଲିବ ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର। ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭକ୍ତମାନେ ମା’ଙ୍କ ଦର୍ଶନ କରିପାରିବେ। ଏନେଇ ପ୍ରଶାସନ ତରଫରୁ ସୂଚନା ପ୍ରଦାନ କରାଯାଇଛି।
୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ମନ୍ଦିର ଖୋଲା ରହିବ ବୋଲି ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏଥିସହ ଜାନୁଆରୀ, ୧, ୨ ଓ ୩ ତାରିଖ ମନ୍ଦିର ବନ୍ଦ ରହିବ ବୋଲି କୁହାଯାଇଛି।
Comments are closed.