ସ୍କୁଲ ଖୋଲିବା ନେଇ ଜାରି ହେଲା ଗାଇଡଲାଇନ

ଭୁବନେଶ୍ବର: ରାଜ୍ୟରେ ଜାନୁଆରୀ ୮ ତାରିଖରୁ ସ୍କୁଲ ଖୋଲିବା ନେଇ ଘୋଷଣା ପରେ ଜାରି ହେଲା ଗାଇଡ ଲାଇନ।ଏଥିପାଇଁ ଜାରି ହୋଇଛି ଗାଇଡଲାଇନ। କରୋନା ଭିତରେ ମାଟ୍ରିକ ଓ ପ୍ଲସ ୨ ପରୀକ୍ଷା ଗୁରୁତ୍ୱପୂର୍ଣ୍ଣ ଥିବାରୁ କୋଭିଡ୍ ନିୟମରେ ଏସଓପି ଜାରି କରିଛନ୍ତି ରାଜ୍ୟ ସରକାର।
ତେବେ ସ୍କୁଲରେ ସାମାଜିକ ଦୂରତା ସହ ଅନେକ ନିୟମ ମାନିବାକୁ ଜାରି ହୋଇଛି ଏସଓପି। ତେବେ ଅବରୋଧ ଅଞ୍ଚଳ ବାହାରେ ଥିବା ସ୍କୁଲ ଖୋଲିବାକୁ ଅନୁମତି। ଅବରୋଧ ଅଞ୍ଚଳ ଭିତରେ ରହୁଥିବା ଛାତ୍ରଛାତ୍ରୀ, ଶିକ୍ଷକଙ୍କୁ ସ୍କୁଲ ମନା। ଅବରୋଧ ଅଞ୍ଚଳ ଘୋଷଣା ହେଲେ ସ୍କୁଲ ତୁରନ୍ତ ବନ୍ଦ ହେବ। ଯଦି କୌଣସି ଶିକ୍ଷକ କିମ୍ବା ପିଲା ଅବରୋଧ ଅଞ୍ଚଳରୁ ଥାନ୍ତି ତେବେ ସେମାନଙ୍କ ଆସିବା ଉପରେ ରୋକ ଲଗାଯିବ।
ସ୍କୁଲ ପରିସରର ସାଧାରଣ ସ୍ଥାନ ଗୁଡ଼ିକୁ ବାରମ୍ବାର ସାନିଟାଇଜ କରାଯିବ। ସ୍କୁଲ ଖୋଲିବା ପୂର୍ବରୁ ଶୌଚାଳୟ ଓ ପିଇବା ପାଣି ସୁରକ୍ଷିତ କରାଯିବ। ସ୍କୁଲ ପରିସରରେ ଥିବା କୌଣସି ହଷ୍ଟେଲ ଖୋଲିବାକୁ ଅନୁମତି ନାହିଁ । ଯେବେ ହଷ୍ଟେଲ ଖୋଲିବା ସୁରକ୍ଷିତ ମନେକରାଯିବ ଏସଓପି ଜାରି ହେବ। ସ୍କୁଲ ପକ୍ଷରୁ ପରିବହନ ବ୍ୟବସ୍ଥାକୁ ନିରୁତ୍ସାହିତ କରାଯିବ। ଛାତ୍ରଛାତ୍ରୀଙ୍କୁ ସ୍କୁଲ ପହଞ୍ଚାଇବା ବ୍ୟବସ୍ଥା ଅଭିଭାବକ ନିଶ୍ଚିତ କରିବେ।ସ୍କୁଲ ଭିତରେ ପ୍ରବେଶ ବେଳେ ୬ ଫୁଟର ଦୂରତା ରହିବ। କ୍ଲାସରୁମ ଭିତରେ ପିଲାଙ୍କ ମଧ୍ୟରେ ସୁରକ୍ଷିତ ଦୂରତା ରହିବ। ରୋଲ ନମ୍ବର ଅନୁସାରେ କ୍ଲାସରୁମରେ ବସିବା ନିର୍ଦ୍ଧାରଣ କରାଯିବ। ଗୋଟିଏ କ୍ଲାସରୁମରେ ୨୦ରୁ ୨୫ ଜଣ ପିଲା ବସିପାରିବେ। ସ୍କୁଲ ସମୟରେ କୌଣସି ପରିବର୍ତ୍ତନ ହେବନାହିଁ । ସ୍କୁଲ ହତାର ୧୦୦ ମିଟର ଭିତରେ କୌଣସି ଖାଦ୍ୟ ସାମଗ୍ରୀ ବିକ୍ରି ମନା।
ଅନ୍ୟପଟେ କମନ ରୁମ ଓ ଷ୍ଟାଫ୍ ରୁମରେ ଦୂରତା ରଖିବାକୁ ନିର୍ଦ୍ଦେଶ। ହାତ ସାନିଟାଇଜ ପାଇଁ ସମସ୍ତ ଶୌଚାଳୟରେ ସାବୁନ ରଖିବାକୁ ପରାମର୍ଶ। କ୍ଲାସରୁମ ଭିତରକୁ ପଶିବା ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ହାତ ଧୋଇବାକୁ ଉତ୍ସାହିତ କରିବେ ଶିକ୍ଷକ। ଜରୁରୀକାଳୀନ ପରିସ୍ଥିତି ପାଇଁ ସ୍କୁଲ ପରିସରରେ ସ୍ଥାନୀୟ ସ୍ୱାସ୍ଥ୍ୟ ଅଧିକାରୀ ଓ ରାଜ୍ୟର କୋଭିଡ ହେଲ୍ପଲାଇନ ନମ୍ବର ଲେଖାରହିବ।ସ୍କୁଲ ପରିସରରେ ଏକ ନିର୍ଦ୍ଦିଷ୍ଟ ଆଇସୋଲେସନ ରୁମ୍ ରହିବ। ସ୍କୁଲ ଚାଲୁଥିବା ବେଳେ ହଠାତ୍ ଯଦି କାହା ଦେହରେ କୋଭିଡ ଲକ୍ଷଣ ଦେଖାଯାଏ ତେବେ ସେଠାରେ ସେମାନଙ୍କୁ ଆଇସୋଲେଟ କରାଯିବ। ଘରୁ ଉଷୁମ ଓ ପୁଷ୍ଟିକର ଖାଦ୍ୟଳ ଆଣିବା ସହ ଏହାକୁ କାହା ସହ ନ ବାଣ୍ଟିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦିଆଯାଇଛି।
Comments are closed.