କରୋନା: ରାଜ୍ୟରେ ୩ ସଂକ୍ରମିତଙ୍କ ମୃତ୍ୟୁ
![](https://www.odishalink.com/wp-content/uploads/2020/08/corona-2.jpg)
ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୧୯୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବଲାଙ୍ଗୀର , ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୪୦୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୫୯୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୭୦୧୨୮୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।
Comments are closed.