ବ୍ରିସବେନ୍ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୋଦି ଓ ନବୀନ

ନୂଆଦିଲ୍ଲୀ: ବ୍ରିସବେନ୍ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଐତିହାସିକ ବିଜୟ ପାଇଁ ଭାରତୀୟ ଦଳକୁ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅନ୍ୟପଟେ ଆଜିର ଐତିହାସିକ ବିଜୟ ପରେ ଭାରତୀୟ ଦଳ ପାଇଁ ବୋନସ ଘୋଷଣା କରିଛି ବିସିସିଆଇ। ବ୍ରିସବେନର ସ୍ମରଣୀୟ ବିଜୟ ପରେ ୫ କୋଟିର ବୋନସ ଘୋଷଣା କରିଛି ବିସିସିଆଇ। ଯୁବ ଖେଳାଳିଙ୍କ ଚମତ୍କାର ପ୍ରଦର୍ଶନ ବଳରେ ବର୍ଡର ଗାଭାସ୍କର ଟ୍ରଫି ହାତେଇଛି ଭାରତୀୟ ଦଳ। ଆଜିର ବିଜୟ ପରେ ପୁରସ୍କାର ଘୋଷଣା କରିଛନ୍ତି ବିସିସିଆଇ ସମ୍ପାଦକ ଜୟ ଶାହା। ଜୟ ଶାହା କହିଛନ୍ତି, ଆଜିର ବିଜୟ ଭାରତୀୟ କ୍ରିକେଟ୍ ପାଇଁ ଏକ ସ୍ୱତନ୍ତ୍ର ମୁହୂର୍ତ୍ତ।
Tweets by narendramodiଅନ୍ୟପଟେ ଅଷ୍ଟ୍ରେଲିଆ ବିପକ୍ଷରେ ଦଳର ଏହି ଦମଦାର ବିଜୟ ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଟୁଇଟ୍ କରି ନବୀନ ଲେଖିଛନ୍ତି ଯେ, ବର୍ଡର-ଗାଭାସ୍କର ଟ୍ରଫି ବଜାୟ ରଖିଥିବାରୁ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା। ଦଳର ଯୁବ ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟୁଇଟରେ ଉଲ୍ଲେଖ କରିଛନ୍ତି।
Tweets by Naveen_Odishaପ୍ରକାଶ ଯେ, ଆଜି ଅଷ୍ର୍ଟ୍ରେଲିଆ ବିପକ୍ଷ ବ୍ରିସବେନ୍ ଟେଷ୍ଟରେ ଟିମ୍ ଇଣ୍ଡିଆ ବିଜୟୀ ହୋଇଛି। ଏଥିସହ ଦଳ ୨-୧ରେ ସିରିଜ୍ ଜିତିବା ସହ ବର୍ଡର-ଗାଭାସ୍କର ଟ୍ରଫି ବଜାୟ ରଖିଛି।
Comments are closed.