ରାଜ୍ୟରେ କରୋନା: ୧୨୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ୨୦୦ ତଳକୁ ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୫୬୬ରେ ପହଞ୍ଚିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୦ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।
Covid-19 Report For 18th January, 2021
New Positive Cases: 122
In quarantine: 72
Local contacts: 50(Details of local contacts will be shared by concerned District Administration)
District Wise Cases:
1. Angul: 10
2. Balasore: 1
3. Bargarh: 6
4. Bhadrak: 5
5. Balangir: 2— I & PR Department, Odisha (@IPR_Odisha) January 19, 2021
ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୫୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୮୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୯୮୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୭୪୨୬୦୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।
Comments are closed.