Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ ସଂକ୍ରମିତ

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୮ଜଣ, ବାଲେଶ୍ୱରରୁ ୧୨ଜଣ, ବରଗଡ଼ରୁ ୭ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୩ଜଣ, ବୌଦ୍ଧରୁ ଜଣେ, କଟକରୁ ୫ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୪ଜଣ, ଯାଜପୁରରୁ ୮ଜଣ, ଝାରସୁଗୁଡ଼ାରୁ ୪ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୮ଜଣ, କୋରାପୁଟରୁ ୨ଜଣ, ମୟୁରଭଞ୍ଜରୁ ୩ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୯ଜଣ, ପୁରୀରୁ ୨୦ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୧୮ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୩୦ଜଣ, ଷ୍ଟେଟ୍‌ ପୁଲ୍‌ ୨ଜଣ ରହିଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୭୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୭୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୦୦୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୭୪୫୨୦୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.