Odisha Link
Bridging the Missing Links in Odisha

ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ନିଜ ସ୍କୁଲରେ ପରୀକ୍ଷା ଦେବେ ମାଟ୍ରିକ ଛାତ୍ରଛତ୍ରୀ। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ପ୍ରତି ବିଷୟରେ ୮୦ ମାର୍କର ଉତ୍ତର ଦେବେ ପରୀକ୍ଷାର୍ଥୀ ।

ପୂର୍ବରୁ ୧୦୦ ମାର୍କ ପରୀକ୍ଷା ପାଇଁ ଅଢେଇ ଘଣ୍ଟା ସମୟ ଦିଆଯାଉଥିଲା। ଏବେ ୨ ଘଣ୍ଟା ସମୟ ମିଳିବ। ସେହିପରି ପିଲାମେନ ନିଜ ସ୍କୁଲରେ ପରୀକ୍ଷା ଦେବେ। କିନ୍ତୁ ଅନ୍ୟ ସ୍କୁଲର ଶିକ୍ଷକମାନେ ନିରୀକ୍ଷକ ରହିବେ। ସକାଳ ୮ଟାରୁ ୧୦ଟା ଯାଏଁ ପରୀକ୍ଷା ହେବ ।

ଏତତ୍ ବ୍ୟତୀତ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯିବ। କପି ରୋକିବା ପାଇଁ କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ହେବ। ମେ’ ୩ରୁ୧୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ। ସେହିପରି ମେ’ ୧୫ ତାରିଖରୁ ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ।

Comments are closed.