Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଜଣେ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ଦୀର୍ଘ ଦଶ ମାସ ପରେ ରାଜ୍ୟରେ କମୁଛି କରୋନା ସଂକ୍ରମଣ। ୨୪ ଘଣ୍ଟା ମଧ୍ୟରେ ୧୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ସୁନ୍ଦରଗଡ ଜିଲ୍ଲାର ୭୪ ବର୍ଷୀୟା ମହିଳା ବୋଲି ଜଣାପଡିଛି।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୦୯୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୭୫୪୮୪୨୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.