ରାଜ୍ୟରେ କରୋନା: ୯୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୪୬୬ରେ ପହଞ୍ଚିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।
Covid-19 Report For 4th Feb, 2021
New Positive Cases: 97
In quarantine: 58
Local contacts: 39(Details of local contacts will be shared by concerned District Administration)
District Wise Cases:
1. Angul: 5
2. Balasore: 2
3. Bargarh: 12
4. Balangir: 1
5. Cuttack: 16— I & PR Department, Odisha (@IPR_Odisha) February 5, 2021
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୪୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୯୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୨୬୧୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୭୮୧୯୯୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
Comments are closed.