ନିର୍ବାଚନ ଏବେ ନୁହେଁ, ପୂର୍ବରୁ ହେଉଛି: ରାଜାନ୍ନା
ଭୁବନେଶ୍ବର: କୋଟିଆରେ ଆନ୍ଧ୍ର ପ୍ରଦେଶ ପକ୍ଷରୁ ପଞ୍ଚାୟତ ନିର୍ବାଚଳ ପ୍ରସଙ୍କ ଏବେ ନୂଆ ମୋଡ଼ ନେଇଛି। ନିର୍ବାଚନ ଏବେ ନୁହେଁ। ପୂର୍ବରୁ ହୋଇ ଆସୁଛି ବୋଲି କହିଛନ୍ତି ସାଲୁର ବିଧାୟକ। ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇଛନ୍ତି ସାଲୁର ବିଧାୟକ ରାଜାନ୍ନା ଦୋରା। ଏହା ସହିତ ବିଧାୟକ କହିଛନ୍ତି ଯେ, ସଂପୃକ୍ତ ଅଞ୍ଚଳରେ ବିବାଦ ରହିଛି। ମାମଲା ସୁପ୍ରିମକୋର୍ଟ ବି ଯାଇଛି। ସୁପ୍ରିମକୋର୍ଟ ସେ ସଂପର୍କରେ ସ୍ଥିତାବସ୍ଥା ଜାରି କରିଛନ୍ତି। ସେଠାରେ ଆନ୍ଧ୍ର ପକ୍ଷରୁ ଏବେ ନୁହେଁ ପୂର୍ବରୁ ବି ନିର୍ବାଚନ ହେଉଛି। ସୁପ୍ରିମକୋର୍ଟକୁ ମାମଲା ଯିବା ବେଳକୁ ସେଠାରେ ନିର୍ବାଚନ କରୁଥିଲୁ। ସୁପ୍ରିମକୋର୍ଟ ସ୍ଥିତାବସ୍ଥା ଜାରି କରିଥିବାରୁ ନିର୍ବାଚନ ହୋଇ ପାରିବ।
ଏହା ସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ, ଓଡ଼ିଶା ସରକାର ଆନ୍ଧ୍ରର ଅଧିକାର ଛଡ଼ାଇବାକୁ ଚେଷ୍ଟା କରୁଛନ୍ତି। ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ବସାଇ ଆନ୍ଧ୍ର ରାଜ୍ୟପାଳ ଆଲୋଚାନା କରନ୍ତୁ। ଉଭୟ ମୁଖ୍ୟମନ୍ତ୍ରୀ ଏକାଠି ବସି ମାମଲାର ସମାଧାନ କରିବା ଉଚିତ। ସେଠାକାର ଅଧିକାସୀ ବହୁତ ଭାଗ୍ୟବାନ । ସେମାନେ ଉଭୟ ଓଡ଼ିଶା ଓ ଆନ୍ଧ୍ର ସରକାରଙ୍କ ପକ୍ଷରୁ ସୁବିଧା ପାଉଛନ୍ତି ବୋଲି କହିଛନ୍ତି ବିଧାୟକ ରାଜାନ୍ନା ଦୋରା।
Comments are closed.