ରାଜ୍ୟରେ କରୋନା: ୯୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୯୮୪ରେ ପହଞ୍ଚିଛି ।
Covid-19 Report For 10th Feb, 2021
New Positive Cases : 95
In quarantine: 56
Local contacts: 39(Details of local contacts will be shared by concerned District Administration)
District Wise Cases:
1. Angul: 8
2. Balasore: 2
3. Bargarh: 4
4. Balangir: 1
5. Boudh: 2— I & PR Department, Odisha (@IPR_Odisha) February 11, 2021
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ୍ ପୁଲରୁ ଜଣେ ରହିଛନ୍ତି ।
Comments are closed.