ଆଜି ସୁନ୍ଦରଗଡ଼ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ପୂର୍ବାହ୍ନ ୧୦.୧୦ରେ ହେଲିକପ୍ଟରରେ ରାଉରକେଲାକୁ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ଆଜି ରାଉରକେଲାରେ ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀ ପ୍ରାୟ ୪ ହଜାର ୯୧୫ କୋଟିର ପ୍ୟାକେଜ୍ ଘୋଷଣା କରିବାର ଯୋଜନା ରହିଛି । ବିଭିନ୍ନ ପ୍ରକଳ୍ପ ମଧ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ପାନୀୟ ଜଳ ପ୍ରକଳ୍ପ ଅନ୍ତର୍ଭୁକ୍ତ ରହିଛି।
ବିପିୟୁଟି ନିକଟସ୍ଥ ପଡ଼ିଆରେ ସମସ୍ତ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ସହ ସଭାକାର୍ଯ୍ୟ ପାଇଁ ବ୍ୟବସ୍ଥା କରାଯାଇଛି। ୧୨୦ଟି ସ୍ଥାନରେ ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯିବ। କାର୍ଯ୍ୟକ୍ରମ ସାରି ସେ ଅପରାହ୍ଣ ୨ଟା ସୁଦ୍ଧା ଭୁବନେଶ୍ବର ଫେରି ଆସିବେ।
Comments are closed.