Odisha Link
Bridging the Missing Links in Odisha

ରାଜ୍ୟର ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ଆଜି ରାଜ୍ୟର ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଜିିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼,ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି,ସୋନପୁର, ବଲାଙ୍ଗିର ଓ ନୂଆପଡ଼ା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି।

ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଙ୍ଗୋପସାଗରର ପୂର୍ବ ଦିଗରୁ ରାଜ୍ୟକୁ ପବନ ବୋହିବାର ସମ୍ଭାବନା ରହିଛି । ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ଗୁରୁବାର ରାଜ୍ୟରେ ମେଘୁଆ ପାଗ ରହିବ।

କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ଦିନ ତାପମାତ୍ରା ମଧ୍ୟ ସ୍ୱାଭାବିକଠୁ କମ ରହିବ। ୧୯ ତାରିଖରେ ମଧ୍ୟ ତାପମାତ୍ରା କମ ରହିବ। ତେବେ ୨୧ରୁ ଧୀରେ ଧୀରେ ତାପମାତ୍ରା ବଢ଼ିବ । ୨୪ରୁ ସର୍ବୋଚ୍ଚ ତାପମାତ୍ରା ୩୪ରୁ ୩୫ ଡିଗ୍ରୀ ସେଲସିୟସ୍‌ ଉପରେ ରହିବ । ତେବେ ୨୦ରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ବର୍ଷା ହେବ ବୋଲି ଡ. ସାହୁ ଅନୁମାନ କରିଛନ୍ତି।

ପାଣିପାଗ ବିଭାଗର ସୂଚନା ପରେ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ସୂଚନା ଦିଆଯାଇଛି। ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଫସଲ ସୁରକ୍ଷିତ ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

Comments are closed.