କୋଭିଡ୍ କଟକଣା ନେଇ ଡିଇଓଙ୍କୁ ଚିଠି

ଭୁବନେଶ୍ୱର: ଦେଶରେ କରୋନା ସଂକ୍ରମଣ ହାର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କରୋନା କଟକଣାକୁ କଡ଼ାକଡ଼ି କରିଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦୃଢ଼ ପଦକ୍ଷେପ ଗ୍ରହଣ କରାଯାଇଛି। କୋଭିଡ-୧୯ ଗାଇଡଲାଇନ୍ ପାଳନ କରିବା ନେଇ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ବିଭାଗୀୟ ଅତିରିକ୍ତ ଶାସନ ସଚିବ ଚିଠି ଲେଖିଛନ୍ତି।
କୋଭିଡ-୧୯ ଗାଇଡଲାଇନ ମାନିବା ପାଇଁ ସମସ୍ତ ଶିକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲରେ ପାଠପଢ଼ା ବ୍ୟତୀତ ଅନ୍ୟ ସମସ୍ତ କାର୍ଯ୍ୟକ୍ରମକୁ ନିଷେଧ କରାଯାଇଛି। ଏସଆରସି ଜାରି କରିଥିବା ସମସ୍ତ ଗାଇଡଲାଇନକୁ ପାଳନ କରିବାକୁ କୁହାଯାଇଛି।
ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱକୁ ବାଧ୍ୟତାମୂଳକ କରାଯାଇଛି। ଥର୍ମାଲ ସ୍କ୍ରିନିଂ, ହାଣ୍ଡ ୱାସ ଓ ସାନିଟାଇଜର ବ୍ୟବହାର କରିବାକୁ କୁହାଯାଇଛି। ଏଥିସହ ଜାରି ହୋଇଥିବା କୋଭିଡ କଟକଣା ନ ମାନିଳେ ନିୟମ ଅନୁଯାୟୀ ଦଣ୍ଡବିଧାନ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।
Comments are closed.