ଦେଶରେ ଆଖି ବୁଜିଲେ ଆଉ ୧୩୮ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୭୦୫କୁ ବୃଦ୍ଧି ପାଇଛି। ଦିନକରେ ୧୬ ହଜାର ୭୩୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୪୬ ହଜାର ୯୧୪ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୧ ହଜାର ୭୦୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୩୮ ହଜାର ୫୦୧ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Comments are closed.