୩ ଦିନ ଯାଏଁ କାଳବୈଶାଖୀ ଆଶଙ୍କା
![](https://www.odishalink.com/wp-content/uploads/2019/11/rain.jpg)
ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ଆଶଙ୍କା। ପାଣିପାଗ ବିଭାଗ ସୂଚନା ମୁତାବକ, ପଶ୍ଚିମା ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଆସନ୍ତା ୩ ଦିନ କେତେକ ଜିଲ୍ଲାରେ ପାଗ ମେଘୁଆ ରହିବା ସହ କାଳବୈଶାଖୀ ବର୍ଷା ହୋଇପାରେ। ଯଦିଓ ରାଜ୍ୟର ଅନେକ ଜାଗାରେ ବର୍ଷା ସମ୍ଭାବନା ନାହିଁ, ତେବେ ଖରା ଆଉ ବିଶେଷ ବଢ଼ିବା ସମ୍ଭାବନା କମ୍ ରହିଛି।
ଗୁରୁବାର କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି। ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶୁକ୍ରବାର ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶନିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି। ରବିବାର ଠାରୁ ବର୍ଷା କମିଯିବ।
Comments are closed.