୭ ଜିଲ୍ଲାକୁ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ହେବାର ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ସତର୍କତା ଅବଲମ୍ବନ କରିବାକୁ ୭ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ୩ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ଗଜପତି, ନବରଙ୍ଗପୁର ଓ ରାୟଗଡ଼ା ଆଦି ୭ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି ।
ସତର୍କତା ମୂଳକ ପଦକ୍ଷେପ ସ୍ୱରୂପ ଲୋକମାନେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଆଜି ମଧ୍ୟ ଶିମିଳିପାଳ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଥିବା ଉଭୟ ରାଡ଼ାର ଏବଂ ସାଟେଲାଇଟ ଦ୍ୱାରା ଉତ୍ତୋଳନ ହୋଇଥିବା ଚିତ୍ରରୁ ସ୍ପଷ୍ଟ ଜଣାପଡ଼ିଛି।
ଆଗାମୀ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ ତାରିଖ ଯାଏ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି।
Comments are closed.