ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି’ ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ବର: କରୋନା ସଂକ୍ରମଣ କରାଣରୁ ସାଧାରଣ ଲୋକଙ୍କୁ ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ଏହି ମହାମାରୀ ଯୋଗୁଁ ଲକ୍ଡାଉନ୍ ସମୟରେ ରାଜ୍ୟର ସମସ୍ତ ସରକାରୀ ବୈଷୟିକ ବିଶ୍ବବିଦ୍ୟାଳୟ, ଇଂଜିନିୟରିଂ କଲେଜ୍ ଓ ପଲିଟେକ୍ନିକ୍ ଏପ୍ରିଲ ୨୦୨୦ ଠାରୁ ଡିସେମ୍ବର ୨୦୨୦ ପର୍ଯ୍ୟନ୍ତ ବନ୍ଦ ରହିଥିଲା।
ଛାତ୍ରଛାତ୍ରୀମାନେ ଏହି ସମୟରେ ହଷ୍ଟେଲ ସୁବିଧାର ଉପଯୋଗ କରି ନ ଥିଲେ। ତେଣୁ ମାନ୍ୟବର ମୁଖ୍ୟମନ୍ତ୍ରୀ ସହୃଦୟତାର ସହିତ ବିଚାର କରି ଏହି ଅନୁଷ୍ଠାନମାନଙ୍କରେ ଅଧ୍ୟୟନରତ ୧୭,୦୧୨ ଛାତ୍ରଛାତ୍ରୀମାନଙ୍କର ହଷ୍ଟେଲ ଫି’ ଆନୁମାନିକ ୫ କୋଟି ୧୦ ଲକ୍ଷ ଟଙ୍କା ଛାଡ଼ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
Comments are closed.