୭ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୧୧ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୱେଲୋ ୱାର୍ଣ୍ଣିଂ ଜାରି କରିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୧ ଜିଲ୍ଲାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ଏବଂ ବଜ୍ରପାତ ହେବ।
କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା ଓ ଦେବଗଡ଼ ଆଦି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବଜ୍ରପାତକୁ ଦେଖି ଲୋକମାନଙ୍କୁ ସୁରକ୍ଷିତ ସ୍ଥାକୁ ଯିବା ଲାଗି ପରାମର୍ଶ ଦିଆଯାଇଛି। ସମୁଦ୍ର ପତ୍ତନର ୦.୯ କିମି ଉପରେ ଉତ୍ତର ମଧ୍ୟ ମହାରାଷ୍ଟ୍ର ଦେଇ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏହା ପ୍ରଭାବରେ ୧୪ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ।
୧୩ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୧୪ ତାରିଖ ଲାଗି ୧୧ ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି।
Comments are closed.