ଦିନ ୧୨ଟା ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି

ଭୁବନେଶ୍ୱର : ଷଷ୍ଠ ଦିନରେ ମଧ୍ୟ ବିଧାନସଭା ଅଚଳ। ଆଜି ଦିନ ୧୨ଟା ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି। ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ଯାଏଁ ଗୃହ କାର୍ଯ୍ୟ ମୁଲତବି ରଖିଲେ ବାଚସ୍ପତି ।
ପ୍ରକାଶ ଯେ, ଧାନ କିଣା ପ୍ରସଙ୍ଗରେ ଆଲୋଚନା ହେଉ। ମଣ୍ଡିରୁ ଚାଷୀଙ୍କର ଧାନ ଉଠାଇବାକୁ ସରକାର ପ୍ରତିଶ୍ରୁତି ଦିଅନ୍ତୁ। ତା’ ପରେ ବିଧାନସଭା ଚାଲିବ। ବିଧାନସଭାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବିଧାୟକ ସୁବାସ ପାଣିଗ୍ରାହୀ କ୍ଷମା ମାଗନ୍ତୁ।
ନଚେତ୍ବିଧାନସଭା ଚଳାଇ ଦିଆଯିବ ନାହିଁ। ଏମିତି ଜିଦରେ ଅଡ଼ି ବସିଛନ୍ତି ବିରୋଧୀ ଓ ଶାସକ। ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ବିରୋଧୀ ଓ ଶାସକ ମୁହାଁମୁହିଁ ଅବସ୍ଥାରେ ରହିଛନ୍ତି।
ଯାହା ଫଳରେ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଗୃହକୁ ଦିନ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି । ଆଜି ପ୍ରଶ୍ନ କାଳରେ ଜଳ ସମ୍ପଦ, ଯୋଜନା ଓ ସଂଯୋଜନା, ପର୍ଯ୍ୟଟନ, ସୂଚନା ଓ ଲୋକସମ୍ପର୍କ, ବାଣିଜ୍ୟ ଓ ପରିବହନ, ଓଡ଼ିଆ ଭାଷା ସାହିତ୍ୟର ଓ ସଂସ୍କୃତି ବିଭାଗର ଅଲୋଚନା ରହିଥିଲା ।
ଏହା ସହିତ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନାର କାର୍ଯ୍ୟକ୍ରମ ରହିଥିଲେ । କିନ୍ତୁ ଗୃହ ବାରମ୍ବାର ମୁଲତବୀ ଲାଗି ପ୍ରଶ୍ନକାଳ ବାତିଲ ହେବାକୁ ପଡୁଛି ।
Comments are closed.