ରାଜ୍ୟରେ କରୋନା: ୮୪ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୪୮୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 17th March
New Positive Cases: 84
In quarantine: 49
Local contacts: 35(Details of local contacts will be shared by concerned Dist Administration)
District Wise Cases:
1. Angul: 4
2. Balasore: 1
3. Bargarh: 9
4. Bhadrak: 1
5. Cuttack: 25
6. Ganjam: 2— I & PR Department, Odisha (@IPR_Odisha) March 18, 2021
ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲରୁ ଜଣେ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୪୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୬୧ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୫୮୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୭୧୨୧୧୭ ସାମ୍ପୁଲ ଟେଷ୍ଟ୍ ହୋଇଛି।
Comments are closed.