ରାଜ୍ୟରେ କରୋନା: ୧୨୦ କରୋନା ପଜିଟିଭ୍ ଚିହ୍ନଟ
![](https://www.odishalink.com/wp-content/uploads/2021/03/coronavirs.jpg)
ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୭୧୯ରେ ପହଞ୍ଚିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।
Covid-19 Report For 19th March
New Positive Cases: 120
In quarantine: 71
Local contacts: 49(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 4
3. Bargarh: 1
4. Bhadrak: 3
5. Balangir: 2— I & PR Department, Odisha (@IPR_Odisha) March 20, 2021
ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୬ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ ,ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ୍ ପୁଲ୍ରୁ ୩ଜଣ ରହିଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୭୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୫୪ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୫୯୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୭୬୨୬୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି।
Comments are closed.