ରାଜଧାନୀରୁ ୨୩ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର: ପୁଣି କାୟା ମେଲାଇ ଲାଣି କରୋନା। ଦିନକୁ ଦିନ ସଂକ୍ରମଣ ହାର ବଢ଼ିବାରେ ଲାଗିଛି। ଯାହା ଏବେ ପୁଣି ଥରେ ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ କରୋନା ଗ୍ରାଫ୍ ଉପର ମୁହାଁ ହେଉଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଆଜି ବିଏମ୍ସି ପକ୍ଷରୁ ଟୁଇଟ କଣି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 24th March (till 9am). pic.twitter.com/vDFO4NrNyZ— BMC (@bmcbbsr) March 24, 2021
ଅନ୍ୟପଟେ ରାଜ୍ୟରେ ୩ ୟୁକେ ଷ୍ଟ୍ରେନ୍ ଠାବ ହୋଇଛି। ଯାହା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କଲାଣି। ୩ ୟୁକେ ଷ୍ଟ୍ରେନ ଚିହ୍ନଟ ନେଇ ନେସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ ନିର୍ଦ୍ଦେଶକ ଏସ୍.କେ ସିଂହ ସୂଚନା ଦେଇଛନ୍ତି।
୧୮ଟି ରାଜ୍ୟରୁ ମୋଟ୍ ୭୭୧ ନୂଆ ଷ୍ଟ୍ରେନ ଚିହ୍ନଟ ହୋଇଛି। ୭୭୧ରୁ ୭୩୬ଟି ହେଉଛି ୟୁକେ ଷ୍ଟ୍ରେନ। ଅନ୍ୟ ୩୪ଟି ଦକ୍ଷିଣ ଆଫ୍ରିକା ଓ ଗୋଟିଏ ବ୍ରାଜିଲ ଷ୍ଟ୍ରେନ ଚିହ୍ନଟ ହୋଇଛି। ମୋଟ ୭୩୬ ୟୁକେ ଷ୍ଟ୍ରେନ ଭିତରୁ ଓଡ଼ିଶାରୁ ୩ଟି ଥିବା ଏସ୍.କେ ସିଂହ ସୂଚନା ଦେଇଛନ୍ତି। ସର୍ବାଧିକ ୩୩୬ ୟୁକେ ଷ୍ଟ୍ରେନ ପଞ୍ଜାବରୁ ଚିହ୍ନଟ ହୋଇଛି।
ଭାରତରେ ଚିହ୍ନଟ ହୋଇଥିବା ନୂଆ ଷ୍ଟ୍ରେନ୍ ଓ ମାରାତ୍ମକ ଡବଲ ମ୍ୟୁଟାଣ୍ଟ ଭାରିଆଣ୍ଟ ଠାବ ହୋଇଛି। ତେବେ ଏହି ସଂଖ୍ୟା ଅଧିକ ପରିମାଣରେ ନାହିଁ। ତେଣୁ ରାଜ୍ୟଗୁଡ଼ିକରେ ସଂକ୍ରମଣ ବ୍ୟାପିବା ପଛରେ ସିଧାସଳଖ ଏହି ଭାରିଆଣ୍ଟ ଦାୟୀ ନୁହେଁ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
Comments are closed.