ରାଜ୍ୟରେ କରୋନା : ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୧ ଜଣ ସ୍ଥାନୀୟ ସଂକ୍ରମିତ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୨୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 23rd March
New Positive Cases: 170
In quarantine: 99
Local contacts: 71(Details of local contacts will be shared by concerned District Administration)
District Wise Cases:
1. Angul: 2
2. Balasore: 7
3. Bargarh: 2
4. Bhadrak: 1
5. Balangir: 5— I & PR Department, Odisha (@IPR_Odisha) March 24, 2021
ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୨୩ଜଣ, ଦେବଗଡ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୨୭ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ୍ ପୁୁଲ୍ରୁ ୬ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୯୨୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦୦୮ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୬୨୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୮୬୧୩୮୦ ସାମ୍ପୁଲ ଟେଷ୍ଟ୍ ହୋଇଛି।
Comments are closed.