ଡ଼କ୍ଟର ଉପାଧିରେ ସମ୍ମାନିତ ହେଲେ ଚାନ୍ଦବାଲି ବିଧାୟକ ଡ଼.ବ୍ୟମୋକେଶ ରାୟ
ଉତ୍କଳ ବିଶ୍ୱବିଦ୍ୟାଳୟ ପାଳୁଛି ୫୦ତମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ପାଳୁଛି ୫୦ତମ ସମାବର୍ତ୍ତନ ଉତ୍ସବ। ଏହି ଅବସରରେ ଆଜି ପ୍ରଥମ ଦିନରେ ପାଳିତ ହୋଇଛି ଉପାଧି ବିତରଣ ଉତ୍ସବ। ଏହି ଉତ୍ସବରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ସହ ପିଜି କାଉନସିଲ ଚେୟାରମ୍ୟାନ ପ୍ରଫେସର ବସନ୍ତ ମଲ୍ଲିକ, ପ୍ରଫେସର ସୁଧାକର ପଣ୍ଡା (NISER ଅଧ୍ୟକ୍ଷ ), ଅଭୟ କୁମାର ନାୟକ(ରେଜିଷ୍ଟାର,ଉତ୍କଳ ବିଶ୍ୱବିଦ୍ୟାଳୟ), ସରତ କୁମାର ମାଝି(ପରୀକ୍ଷା ନିୟନ୍ତ୍ରକ,ଉତ୍କଳ ବିଶ୍ୱବିଦ୍ୟାଳୟ) ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।
ଏହି ଅବସରରେ ପରୀକ୍ଷାରେ ଉତ୍ତମ ମାର୍କ ରଖି ଉତ୍ତୀର୍ଣ ହୋଇଥିବା ୨୦୧୭-୨୦୧୯ ବର୍ଷର ପ୍ରତିଟି ବିଭାଗର ଛାତ୍ରଛାତ୍ରୀଙ୍କୁ ସ୍ଵର୍ଣ ପଦକ ପ୍ରଦାନ ସହ ପି.ଏଚ.ଡି ଏବଂ ଡି.ଲିଟ ଉପାଧି ପ୍ରଦାନ କରାଯାଇଛି।
ଚାନ୍ଦବାଲି ବିଧାୟକ ତଥା ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ଼.ବ୍ୟମୋକେଶ ରାୟଙ୍କୁ ରାଜନୀତି ବିଜ୍ଞାନ ବିଷୟରେ ଡ଼କ୍ଟର ଅଫ ଫିଲୋସୋଫି ଡିଗ୍ରୀ ଉପାଧିରେ ସମ୍ମାନିତ କରାଯାଇଛି। ଏହି ସମ୍ମାନରେ ସମ୍ମାନିତ ହୋଇ ଖୁସି ହେବା ସହ ଉତ୍କଳ ବିଶ୍ୱବିଦ୍ୟାଳୟର ଅବଦାନ ଓ ଗାରିମା ବିଷୟରେ ମତବ୍ୟକ୍ତ କରିଥିଲେ ଚାନ୍ଦବାଲି ବିଧାୟକ ବ୍ୟମୋକେଶ ରାୟ।
Comments are closed.