ଆଉ ଏକ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୨୩କୁ ବୃଦ୍ଧି
ଭୁବନେଶ୍ୱର: ପୁଣି ଅଣାୟତ୍ତ କଲାଣି ମହାମାରୀ କରୋନା। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।
ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୨୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକ ଜଣଙ୍କ ପୁରୀ ଜିଲ୍ଲାର ବୋଲି ଜଣାପଡିଛି।
Regret to inform the demise of 28 years old male Covid positive patient of Puri district who was also suffering from Diabetes Mellitus.
— H & FW Dept Odisha (@HFWOdisha) April 7, 2021
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୪୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୨୫୫ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୮୪୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୯୨୪୪୫୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି।