Odisha Link
Bridging the Missing Links in Odisha

ଅଣାୟତ୍ତ କରୋନା: ରାଜ୍ୟରେ ଆଉ ୧୭୪୧ ପଜିଟିଭ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ

ରାଜ୍ୟର ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଏପରିକି ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାକୁ ଲାଗିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୪୧ ଜଣ ନୂଆ ଆକ୍ରାନ୍ତ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ ୧୦୧୫ କ୍ବରାଣ୍ଟିନାରେ ଥିବାବେଳେ ୭୨୬ ଜଣ ସ୍ଥାନୀୟ ବାସିନ୍ଦା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସବୁ ମଧ୍ୟରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୨କୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୮ଜଣ, ବରଗଡ଼ ଜିଲ୍ଲାରୁ ୯୭ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୫୮ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧୪ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୪ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୦ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୯୬ଜଣ, ପୁରୀ ଜିଲ୍ଲାରୁ ୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୩୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୧ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪୬ଜଣ ରହିଛନ୍ତି ।

ସୂଚନାଥାଉକି, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୧୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୨୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୦୦୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.