Odisha Link
Bridging the Missing Links in Odisha

ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ମାଟ୍ରିକ ଘୋଷଣା

ଭୁବନେଶ୍ୱର: ରାଜ୍ୟରେ ହୁହ ହେଇ ବଢିବାରେ ଲାଗିଛି କରୋନାର କାୟା। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଯାହା ଏବେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। କରୋନା ସଂକ୍ରମଣ ନେଇ ଗତକାଲି ସିବିଏସସି ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଯାଇଥିବାବେଳେ ଓଡ଼ିଶାରେ ମାଟ୍ରିକ ପରୀକ୍ଷା ହେବ କି ନାହିଁ ତାକୁ ନେଇ ଛାତ୍ରଛାତ୍ରୀ ଦ୍ବନ୍ଦରେ ଅଛନ୍ତି।

ଆଜି ଅପରାହ୍ନରେ ମାଟ୍ରିକ ପରୀକ୍ଷା ନେଇ ବଡ଼ ଘୋଷଣା ହୋଇପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି। କରୋନାର ପ୍ରକୋପ ଭିତରେ ମାଟ୍ରିକ ପରୀକ୍ଷା ହେବ କି ନାହିଁ ସେ ବିଷୟରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ। ଏନେଇ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତକାଲି ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଯାଇଥିଲା। ବାତିଲ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆ ସୂଚନା ଦେଇଥିଲେ। ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ପଦ୍ଧତି ଜରିଆରେ ରେଜଲ୍ଟ ପ୍ରକାଶ ପାଇବ। ଯେଉଁମାନେ ରେଜଲ୍ଟରେ ସନ୍ତୁଷ୍ଟ ନହେବେ ପୁଣି ସେମାନେ ପରୀକ୍ଷା ଦେଇପାରିବେ। ପରିସ୍ଥିତି ସ୍ୱାଭାବିକ ହେଲା ପରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ।

ଜୁନ ୧ ତାରିଖ ପରେ ପରିସ୍ଥିତି ସମୀକ୍ଷା ହେବ। ପରୀକ୍ଷାର ୧୫ ଦିନ ପୂର୍ବରୁ କୁହାଯିବ। କରୋନା ଯୋଗୁଁ ସ୍କୁଏ ବନ୍ଦ ରହିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା।

ଏଥିସହ ଦ୍ୱାଦଶ ବୋର୍ଡ ପରୀକ୍ଷା ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଛି । ମେ ୪ରୁ ଜୁନ ୧୪ ମଧ୍ୟରେ ହେବାକୁ ଥିବା ଦ୍ୱାଦଶ ପରୀକ୍ଷା ପରେ ହେବ। କରୋନ ଯୋଗୁଁ ସ୍କୁଲ ବନ୍ଦ ରହିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.