ମାଟି ଅତଡ଼ା ଧସି ୩ ମହିଳା ମୃତ ଘଟଣା: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୋରାପୁଟ ଜିଲ୍ଲା ପଟାଙ୍ଗୀ ଅନ୍ତର୍ଗତ ପଡ଼ାଗୁଡ଼ା ଚୂନମାଟି ଅତଡା ଧସି ୩ ଜଣଙ୍କ ମୃତ୍ୟୁ ଘଟଣା। ମୃତକଙ୍କ ପରିବାରକୁ ୫ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା। ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଏହାସହ ଘଟଣାରେ ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରେଙ୍ଗା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଡ଼ାଗୁଡ଼ା ଗାଁ ନିକଟରେ ଆଜି ଅପରାହ୍ନ ପ୍ରାୟ ୨ଟାରେ ୭ ଜଣ ମହିଳା ଘର ଲିପିବା ପାଇଁ ମାଟି ଆଣିବାକୁ ଯାଇଥିଲେ।
ଏହି ସମୟରେ ଚୂନମାଟି ଅତଡ଼ା ଖସିପଡ଼ିଥିଲା। ଏହି ଚୂନମାଟି ଅତଡ଼ା ମହିଳାଙ୍କ ଉପରେ ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣ ମହିଳା ଚାପି ହୋଇଥିଲେ। ଅନ୍ୟ ଜଣେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ପଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।