ଆଉ ୪ ମୁଣ୍ଡ ନେଲା କରୋନା
![](https://www.odishalink.com/wp-content/uploads/2020/10/corona-death.jpg)
ଭୁବନେଶ୍ୱର: ରାଜ୍ୟରେ ହୁହୁ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏଥିସହ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୧୪୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକ ୪ ଜଣ ବଲାଙ୍ଗୀର, ଝାରସୁଗୁଡା, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାର।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୪୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯୦୭୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୩୫୨୨ଜଣ ସୁସ୍ଥ ହୋଇଛନ୍ତି। ଏଥିସହ କରୋନା ଯୋଗୁଁ ୧୯୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।