କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଉଛି ମହାମାରୀ କରୋନା। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୫ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୫ ଜଣ ମୃତକଙ୍କ ମଧ୍ୟରେ କଟକରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୂଆପଡାରୁ ୨ଜଣ ଓ ସୁନ୍ଦରଗଡରୁ ଜଣେ ଅଛନ୍ତି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୫୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୨୩୧୫ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୦୩୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।