Odisha Link
Bridging the Missing Links in Odisha

କରୋନା: ଭୁବନେଶ୍ବରରୁ ଚିହ୍ନଟ ହେଲେ ୫୯୦ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଦୃତ ଗତିରେ ବଢ଼ୁଛି କରେନା ସଂକ୍ରମଣ। ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଭୁବନେଶ୍ବରରେ ଏପର୍ଯ୍ୟନ୍ତ ୩୭ ହଜାର ୭୯୪ ଜଣ ଆକ୍ରାନ୍ତ ହୋଇସାରିଛନ୍ତି। ସୂଚନାଯୋଗ୍ୟ ଭୁବନେଶ୍ବରରେ ଗତକାଲି ୪୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ବିଏମ୍‌ସି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି କରୋନାରୁ ସୁସ୍ଥ ହୋଇଛନ୍ତି ୧୩୯ ଜଣ ଆକ୍ରାନ୍ତ। ଏଥି ସହିତ କୋଭିଡ-୧୯ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୪୮୭କୁ ବୃଦ୍ଧି ପାଇଛି। ଭୁବନେଶ୍ବରରେ ଏବେ ୪୦୩୬ ଜଣ ସକ୍ରିୟ ଆକ୍ରାନ୍ତଙ୍କର ଚିକିତ୍ସା ଜାରି ଥିବା ବେଳେ ମୃତକଙ୍କ ସଂଖ୍ୟା ୨୫୦ ହୋଇଛି।

ସଂଗରୋଧରୁ ଚିହ୍ନଟ ହୋଇଥିବା ୧୩୦ଜଣଙ୍କ ମଧ୍ୟରୁ ପଟିଆରୁ ସର୍ବାଧିକ ୧୧ଜଣ କରୋନା ଆକ୍ରାନ୍ତ ରହିଛନ୍ତି। ସେହିଭଳି ସ୍ଥାନୀୟ ଅଚଂଳରୁ ଚିହ୍ନଟ ହୋଇଥିବା ୪୬୦ଜଣଙ୍କ ମଧ୍ୟରୁ ନିଉ ଏଜି କଲୋନୀର ସର୍ବାଧିକ ୨୫ଜଣ ରହିଛନ୍ତି।

Leave A Reply

Your email address will not be published.