ଆଉ ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୭୩କୁ ବୃଦ୍ଧି ପାଇଛି।
ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବଲାଙ୍ଗୀର,ବାଲେଶ୍ବର, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି।
ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୪୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୯୧୧୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୫୩୫୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୯୭୯୩୪୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏହାସହ କରୋନା ଯୋଗୁଁ ୧୯୭୩ ଜଣଙ୍କର ମୃତ୍ୟୁ ହୋଇଛି।