ରାଜ୍ୟରେ ଅଣାୟତ୍ତ କରୋନା: ୨୪ ଘଣ୍ଟାରେ ୬୬୪୭ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ପୁଣି ବଢ଼ିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୬୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ପୂର୍ବର ସମସ୍ତ ସଂକ୍ରମଣ ରେକର୍ଡ ଭାଙ୍ଗିଛି। ଗତ ୩ ଦିନ ଧରି ରାଜ୍ୟରେ ଲଗାତାର ଭାବେ ୬ ହଜାରରୁ ଅଧିକ ସଂକ୍ରମଣ ମାମଲା ଚିହ୍ନଟ ହେଉଥିବା ବେଳେ ଗୋଟିଏ ଦିନ ବ୍ୟବଧାନରେ ପୁଣି ଥରେ ଖୋର୍ଦ୍ଧା ଜିଲ୍ଲାରୁ ୧୧ ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ସର୍ବାଧିକ ୧୧୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୮୮ ଜଣ ଆକ୍ରାନ୍ତ ଅଛନ୍ତି । ସେହିପରି ଅନୁଗୁଳରୁ ୧୪୧, ବାଲେଶ୍ୱରରୁ ୫୩, ବରଗଡ଼ରୁ ୨୯୦, ଭଦ୍ରକରୁ ୪୧, ବଲାଙ୍ଗିରରୁ ୨୩୪, ବୌଦ୍ଧରୁ ୩୯, କଟକରୁ ୩୩୬, ଦେବଗଡ଼ ଓ ଢେଙ୍କାନାଳରୁ ୩୪ ଜଣ ଲେଖାଏଁ, ଗଜପତିରୁ ୯୬, ଗଞ୍ଜାମରୁ ୧୬୧, ଜଗତସିଂହପୁରରୁ ୬୫, ଯାଜପୁରରୁ ୧୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିଭଳି ଝାରସୁଗୁଡ଼ାରୁ ୩୪୩, କଳାହାଣ୍ଡିରୁ ୩୬୧, କନ୍ଧମାଳରୁ ୨୬, କେନ୍ଦ୍ରାପଡ଼ାରୁ ୪୭, କେନ୍ଦୁଝରରୁ ୧୮୩, ଖୋର୍ଦ୍ଧାରୁ ୧୧୮୯, କୋରାପୁଟରୁ ୬୭, ମାଲକାନଗିରିରୁ ୧୭, ମୟୂରଭଞ୍ଜରୁ ୧୨୨, ନବରଙ୍ଗପୁରରୁ ୨୨୪, ନୟାଗଡ଼ାରୁ ୧୧୦, ନୂଆପଡ଼ାରୁ ୫୫୯, ପୁରୀରୁ ୩୯୫, ରାୟଗଡ଼ାରୁ ୧୧୬, ସମ୍ବଲପୁରରୁ ୧୭୫, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୭୮୮ ଏବଂ ଷ୍ଟେଟ ପୁଲରୁ ୨୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।