Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ଦୈନିକ ସଂକ୍ରମଣ ହାର ୧୦ ହଜାର ପାର୍

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। ହୁହୁ ବଢ଼ିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା। ଦୈନିକ ସଂକ୍ରମଣ ହାର ୧୦ ହଜାର ପାର୍‌ ହେଲାଣି। ଯାହା ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ଏହାରି ମଧ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେଆଜି୧୦୪୧୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮୮୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୧୭୯୬, ଅନୁଗୁଳ ଜିଲ୍ଲାରୁ ୩୯୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୪ଜଣ, ବରଗଡ଼ ଜିଲ୍ଲାରୁ ୫୧୧ଜଣ, ଭଦ୍ରକ ଜିଲ୍ଲାରୁ ୨୦୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬୦ଜଣ, ବୌଦ୍ଧ ଜିଲ୍ଲାରୁ ୮୭ଜଣ, କଟକ ଜିଲ୍ଲାରୁ ୮୨୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ଜଣ, ଗଜପତି ଜିଲ୍ଲାରୁ ୧୫୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୩୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪୪୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୭ଜଣ,

କେନ୍ଦୁଝର ଜିଲ୍ଲାରୁ ୧୨୬ଜଣ, କୋରାପୁଟ ଜିଲ୍ଲାରୁ ୬୮ଜଣ, ମାଲକାନଗିରି ଜିଲ୍ଲାରୁ ୫୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୭୮ଜଣ, ନୟାଗଡ଼ ଜିଲ୍ଲାରୁ ୨୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୪୧୮ଜଣ, ପୁରୀ ଜିଲ୍ଲାରୁ ୫୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୦୦ଜଣ, ସମ୍ବଲପୁର ଜିଲ୍ଲାରୁ ୪୨୬ଜଣ, ସୋନପୁର ଜିଲ୍ଲାରୁ ୧୩୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୦୦ଜଣ, ଷ୍ଟେଟ ପୁଲ୍‌ରୁ ୩୬୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫୪୬୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୭୦୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୮୫୪୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୦୧୩୪୧୧୮ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.