ଦେଶରେ ଅଣାୟତ୍ତ କରୋନା: ଦିନକରେ ୪ ଲକ୍ଷରୁ ଉର୍ଦ୍ଧ୍ବ ପଜିଟିଭ୍, ୩୫୨୩ ମୃତ
ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ ହେଲାଣି କରୋନା। କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଦୈନିକ ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷରୁ ଉର୍ଦ୍ଧ୍ବ ହେଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ଲକ୍ଷ୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୨୩ଜଣଙ୍କ ମୃତ୍ୟୁ ହୋଇଛି।
ଦେଶରେ ଗତ ୨୪ ଘଣ୍ଟାରେ ୪ ଲକ୍ଷ ୧ ହଜାର ୯୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୫୨୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୯୧ ଲକ୍ଷ ୬୪ହଜାର ୯୬୯ରେ ପହଞ୍ଚିଛି। ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତରଫରୁ ସୂଚନା ଦିଆଯାଇଛି।
ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ମୃତ୍ୟୁସଂଖ୍ୟା ୨ ଲକ୍ଷ ୧୧ ହଜାର ୮୫୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୫୬ ଲକ୍ଷ ୮୪ ହଜାର ୪୦୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୨୬୮୭୧୦।