ସ୍ୱାସ୍ଥ୍ୟକର୍ମୀଙ୍କ ପରିବାରକୁ ଦିଆଯିବ ଟିକା

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। କରୋନାକୁ ମାତ ଦେବା ପାଇଁ ସାରା ରାଜ୍ୟରେ ଟିକାକରଣ ଅଭିଯାନ ଜାରି ରହିଥିବା ବେଳେସ୍ୱାସ୍ଥ୍ୟ କର୍ମୀଙ୍କ ପରିବାର ଲୋକଙ୍କୁ ଟିକା ଦେବାକୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ଲେଖିଛନ୍ତି।
ଫଳରେ ଡାକ୍ତର, ନର୍ସ ଓ ପାରାମେଡିକାଲ ଷ୍ଟାଫଙ୍କ ପରିବାର ଲୋକଙ୍କୁ ଟିକା ଦିଆଯିବ। ଏନେଇ ସବୁ ଜିଲ୍ଲାପାଳ, ମୁ୍ୟନିସପାଲ କମିଶନର ଓ ସିଡିଏମଓମାନଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ନିଜ ନିଜ ଜିଲ୍ଲାର ସ୍ୱାସ୍ଥ୍ୟ କର୍ମୀଙ୍କ ପରିବାର ଲୋକଙ୍କୁ ଟିକା ଦେବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ସ୍ୱାସ୍ଥ୍ୟ କର୍ମୀଙ୍କ ସଂସ୍ପର୍ଶରେ ଆସୁଥିବାରୁ ପରିବାର ଲୋକଙ୍କୁ ଟିକା ଦେବାକୁ ଶ୍ରୀ ମହାପାତ୍ର କହିଛନ୍ତି।