ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ଦିନକରେ ଚାଲିଗଲା ୪୨ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେବାରେ ଲାଗିଛି କରୋନା ଗ୍ରାଫ। ଅନ୍ୟପଟେ ଉପରମୁହାଁ ମୃତ୍ୟୁ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୩୩୮୮ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ଝାରସୁଗୁଡ଼ା ଓ ପୁରୀରୁ ୪ ଜଣ ଲେଖାଏଁ ଥିବା ବେଳେବ ବରଗଡ଼, ଜଗତସିଂହପୁର, କଳାହାଣ୍ଡି ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ ମୃତ । ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ମୃତ। ସେହିପରି ବାଲେଶ୍ବର, ବଲାଙ୍ଗିର, ଦେବଗଡ଼, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ସମ୍ବଲପୁରରରୁ ଜଣେ ଲେଖାଏଁ ମୃତ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮,୫୯,୫୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧,୧୦୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮,୦୪,୯୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩,୩୮୮ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି।