ତଳମୁହାଁ କରୋନା ଗ୍ରାଫ୍, ଦିନକରେ ୩୪୨୭ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟ ପାଇଁ ଆଶ୍ବସ୍ତିକର ଖବର। ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେବାରେ କରୋନା ଗ୍ରାଫ। ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୭୩,୯୨୫ରେ ପହଁଞ୍ଚିଛି। ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୫୪ କ୍ବାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୪୭୩ ଜଣ ସ୍ଥାନୀୟ ବାସିନ୍ଦା ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 18th June
New Positive Cases: 3427
In quarantine: 1954
Local contacts: 1473(Details of local contacts will be shared by concerned Dist Administration)
District Wise Cases:
1. Angul: 138
2. Balasore: 261
3. Bargarh: 52
4. Bhadrak: 139
5. Balangir: 40— I & PR Department, Odisha (@IPR_Odisha) June 19, 2021
ରାଜ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬୧ଜଣ, ବରଗଡ଼ ଜିଲ୍ଲାରୁ ୫୨ଜଣ, ଭଦ୍ରକ ଜିଲ୍ଲାରୁ ୧୩୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୦ଜଣ, ବୌଦ୍ଧ ଜିଲ୍ଲାରୁ ୩୧ଜଣ, କଟକ ଜିଲ୍ଲାରୁ ୩୯୬ଜଣ, ଦେଓଗଡ଼ ଜିଲ୍ଲାରୁ ୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୮ଜଣ, ଗଜପତି ଜିଲ୍ଲାରୁ ୨୭ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୮ଜଣ, ଯାଜପୁର ଜିଲ୍ଲାରୁ ୨୮୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୪୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୪୭ଜଣ, ଖୋର୍ଦ୍ଧାରୁ ୫୫୩, କୋରାପୁଟ ଜିଲ୍ଲାରୁ ୭୨ଜଣ, ମାଲକାନଗିରି ଜିଲ୍ଲାରୁ ୩୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୦ଜଣ, ନୟାଗଡ଼ ଜିଲ୍ଲାରୁ ୧୪୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୨୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୯୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ଜଣ, ସୋନପୁର ଜିଲ୍ଲାରୁ ୩୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୮ଜଣ, ଷ୍ଟେଟ ପୁଲ୍ରୁ ୮୨ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୭୩ ହଜାର ୯୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୦ ହଜାର ୪୭୧ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୮ ଲକ୍ଷ ୨୯ ହଜାର ୮୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୩୫୫୦ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୦୨୮୮୧୭ ସାମ୍ପୁଲ ଟେଷ୍ଟ୍ ହୋଇଛି।
22. Mayurbhanj: 162
23. Nawarangpur: 60
24. Nayagarh: 142
25. Nuapada: 20
26. Puri: 217
27. Rayagada: 94
28. Sambalpur: 32
29. Sonepur: 30
30. Sundargarh: 78
31. State Pool: 82New recovery: 6252
Cumulative tested: 13028817
Positive: 873925
Recovered: 829851
Active cases: 40471— I & PR Department, Odisha (@IPR_Odisha) June 19, 2021