ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ଦିନକରେ ଚାଲଗିଲା ୪୨ ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ତଳମୁହାଁ ହେବାରେ ଲାଗିଛି କରୋନା ସଂକ୍ରମର। ଯାହା ଏକ ଆଶ୍ବସ୍ତିକର ଖବର। ଅନ୍ୟପଟେ ଉପରମୁହାଁ ହେବାରେ ଲାଗିଛି କରୋନା ସଂକ୍ରମଣ। ଦିନକରେ ରାଜ୍ୟରେ ୩୪୨୭ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୨ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬, କଟକ, ଝାରସୁଗୁଡା, ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡା, ବାଲେଶ୍ଵର ଓ କୋରାପୁଟରୁ ୩ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ରାୟଗଡା, ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Regret to inform the demise of forty two numbers of Covid positive patients while under treatment in hospitals.
1.A 30 years old Male of Angul District who was also suffering from Sickle Cell Disease.
2.A 48 years old Female of Angul District.
— H & FW Dept Odisha (@HFWOdisha) June 19, 2021
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୭୩ ହଜାର ୯୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୦ ହଜାର ୪୭୧ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୮ ଲକ୍ଷ ୨୯ ହଜାର ୮୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୩୫୫୦ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୦୨୮୮୧୭ ସାମ୍ପୁଲ ଟେଷ୍ଟ୍ ହୋଇଛି।