୧୨ ଜିଲ୍ଲାରେ ବର୍ଷା ଆଶଙ୍କା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା। ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଥିବା ଏକ ଟ୍ରପ୍ଲାଇନ୍ ପ୍ରଭାବରେ ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୧୨ ଜିଲ୍ଲା ହେଲା- ନୂଆପଡ଼ା, ସମ୍ବଲପୁର, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ରାଜନଗରରେ ୨୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି। ଏହାସହ ବଜ୍ରପାତ ମଧ୍ୟ ହୋଇଛି।