ବର୍ଷା ଆଶଙ୍କା:୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
![](https://www.odishalink.com/wp-content/uploads/2020/01/rain-1.jpg)
ଭୁବନେଶ୍ୱର: ରାଜ୍ୟରେ ବର୍ଷା ସହ ବଜ୍ରପାତ ଆଶଙ୍କା। ଆସନ୍ତାକାଲି ୧୫ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଏନେଇ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମାଲକାନଗିରି, କୋରାପୁଟ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।